ଆଲୋକିତ ଓଡ଼ିଶା ବ୍ୟୁରୋ: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଜୁ ଜନତା ଦଳ ଜନ ସଂପର୍କ ପଦଯାତ୍ରା କରିବ। ଅକ୍ଟୋବର ୨ ‘ଗାନ୍ଧୀ ଜୟନ୍ତୀ’ ଠାରୁ ରାଜ୍ୟରେ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହେବ। ଅକ୍ଟୋବର ୨ତାରିଖ ରୁ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନସଂପର୍କ ପଦଯାତ୍ରା କରିବ ବିଜେଡି। ସେହିପରି ପୂଜା ପରେ ଅକ୍ଟୋବର ୨୧ ରୁ ଅକ୍ଟୋବର ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା ଜାରି ରହିବ। ଏନେଇ ଆଜି ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର।
ଶଙ୍ଖ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଦଳର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର କହିଛନ୍ତି ଜନ ସଂପର୍କ ପଦଯାତ୍ରା ନେଇ ଦଳ ପକ୍ଷରୁ ନୂତନ ଭାବେ ତିଆରି ହୋଇଥିବା କମିଟି , ରାଜ୍ୟର ସମସ୍ତ କାର୍ଯ୍ୟକର୍ତ୍ତା, ବିଧାୟିକା/ବିଧାୟକ ପ୍ରାର୍ଥୀ, ବ୍ଲକ ଓ ନଗର କର୍ମକର୍ତ୍ତାଙ୍କ ସହିତ ନିର୍ବାଚନ ମଣ୍ଡଳୀର ନେତାଙ୍କୁ ସୂଚିତ କରାଯାଇଛି । ଦୁଇଟି ପର୍ଯ୍ୟାୟରେ ଜନ ସଂପର୍କ ପଦଯାତ୍ରା ହେବା ପାଇଁ ନିଷ୍ପତି ନେଇଛି ବିଜେଡି । ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ପଦଯାତ୍ରାର ପ୍ରଥମ ପର୍ଯ୍ୟାୟ ଅକ୍ଟୋବର ଦୁଇ ତାରିଖରୁଆରମ୍ଭ ହୋଇ ଅକ୍ଟୋବର ୬ତାରିଖ ପର୍ଯ୍ୟନ୍ତ ଚାଲିବ ।