
ଆଲୋକିତ ଓଡ଼ିଶା ବ୍ୟୁରୋ : ବିଭିନ୍ନ ପୂଜା ମଣ୍ଡପ ରେ ପୂଜା ପାଉଛନ୍ତି ସିଦ୍ଧିଦାତା ଗଜାନନ.ଏହି ଅବସରରେ ଗଣେଶ ଭଗବାନଙ୍କ ଆଶୀର୍ବାଦ ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ପୂଜା ମଣ୍ଡପ ଯାଇ ପ୍ରଭୃଙ୍କ ଦର୍ଶନ କରି ଓଡିଶା ବାସୀଙ୍କ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କରିଥିଲେ । ପ୍ରଥମେ ପୁରୁଣା ଭୁବନେଶ୍ୱରର ବଢେଇବାଙ୍କ ଛକ ସ୍ଥିତ ଏକାମ୍ର ରାଜା ଗଣେଶ ପୂଜା ମଣ୍ଡପ ପରିଦର୍ଶନ କରି ପୂଜା କରିଥିଲେ । ପରେ ପରେ ତିନିମୁଣ୍ଡିଆ ଛକରେ ପୂଜିତ ଚାଳିଶ ଫୁଟ ଉଚ୍ଚ ଗଣେଶଙ୍କ ପୂଜା କରି ଆଠ ନମ୍ବର ଆଖଣ୍ଡଳମଣି ପୂଜା କମିଟି ମୁଣ୍ଡପ ଓ ଗଜପତି ନଗର ପୂଜା ମଣ୍ଡପ ବୁଲି ଦେଖିବା ସହ ଗଣେଶ ଭଗବାନଙ୍କ ପୂଜା କରିଥିଲେ ।