ଆଲୋକିତ ଓଡ଼ିଶା ବ୍ୟୁରୋ :ଦିଲ୍ଲୀସ୍ଥିତ ଓଡ଼ିଶା ଭବନ ଭଙ୍ଗାହେବ । ଏହି ଓଡ଼ିଶା ଭବନ ଭାଙ୍ଗିବାକୁ ସରକାରଙ୍କ ନିର୍ଦ୍ଦେଶ। ଏହାକୁ ବିପଦପୂର୍ଣ୍ଣ ଘୋଷଣା କଲେ ରାଜ୍ୟ ସରକାର । ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ଯୋଗୁଁ ଭାଙ୍ଗିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ ସ୍ଥିତ ଓଡ଼ିଶାର ୩ଟି ଭବନ ଓଡ଼ିଶା ନିବାସ, ଓଡ଼ିଶା ସଦନ ଏବଂ ଓଡ଼ିଶା ଭବନର ଯାଞ୍ଚ କରାଯାଇଥିଲା । ଯାଞ୍ଚ ପରେ ଓଡ଼ିଶା ଭବନ ଦୀର୍ଘ ସମୟ ବ୍ୟବହାର ପାଇଁ ଅସୁରକ୍ଷିତ ବୋଲି ସ୍ପଷ୍ଟ ହୋଇଥିଲା ।
ଏହାକୁ ୨ରୁ ୩ ବର୍ଷ ମଧ୍ୟରେ ଭାଙ୍ଗିବାକୁ ୨୦୨୨ ଏପ୍ରିଲ ୧୯ ତାରିଖରେ ରିପୋର୍ଟ ଦିଆଯାଇଥିଲା । ଏହାପରେ ପୁଣି ୨୦୨୪ ଅଗଷ୍ଟ ୨୮ ତାରିଖରେ ଆଉ ଏକ ଚିଠି କରାଯାଇଥିଲା । ଯେଉଁଥିରେ ମରାମତି ପରେ ବି ଓଡ଼ିଶା ଭବନ ବ୍ୟବହାର ଉପଯୋଗୀ ନୁହେଁ ବୋଲି ଦର୍ଶାଯାଇଥିଲା । ଏନେଇ ପୂର୍ତ୍ତ ବିଭାଗର ମୁଖ୍ୟଯନ୍ତ୍ରୀ ତଥା ଅତିରିକ୍ତ ସଚିବ ଚିଠି କରିଥିଲେ । ଏହା ରିପୋର୍ଟକୁ ବିଚାର କରିବା ପରେ ଓଡ଼ିଶା ଭବନକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ।